Masthead

ଆରମ୍ଭ ହେଲାଣି ଶୀତର ଲହରୀ, ରାଜ୍ୟରେ ହୋଇପାରେ କାଁ ଭାଁ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ହୋଇପାରେ । ୪ ତାରିଖରେ ପାଗ ଶୁଖିଲା ରହିବ । ୫ରେ ଗଞ୍ଜାମ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୬ରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କନ୍ଧମାଳରେ ହାଲୁକା ବର୍ଷା ସମ୍ଭାବନା ଅଛି । ୭, ୮ ଓ ୯ ତାରିଖରେ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେପଟେ ଲମତାପୁଟ ବ୍ଲକରେ ତଳ ମୁହାଁ ପାରଦ। ଲମତାପୁଟରେ ହାଡ଼ଭଙ୍ଗା ଶୀତ ଲହରି ଆରମ୍ଭ ହୋଇଛି। ଏଠାରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି। ଡେରିରେ ହେଉ ପଛେ ଶୀତ ପଡ଼ିଛି। ସକାଳ ୧୦ଟା ପର୍ଯ୍ୟନ୍ତ କୁହୁଡ଼ି ସାରା ଅଞ୍ଚଳକୁ ଢାଙ୍କି ରଖୁଛି। ଫଳରେ ଯାତାୟତରେ ବିଭିନ୍ନ ସମସ୍ୟା ଉପୁଜୁଛି। କୋରାପୁଟର କାଶ୍ମୀର କୁହାଯାଉଥିବା ଲମତାପୁଟ ବ୍ଲକରେ ଶୀତ ଧୀରେ ଧୀରେ ବଢିବାରେ ଲାଗିଛି। ଶୀତ ପଡ଼ିବା ଯୋଗୁଁ ଲମତାପୁଟ ବ୍ଲକକୁ ପର୍ଯ୍ୟଟନଙ୍କ ଆଗମନ ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ଭଲ ବର୍ଷା ହୋଇଥିବା ବେଳେ ଶୀତ ବଢିବା ନେଇ ଆଶା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର