Masthead

ହରିହର ବେଶରେ ଦର୍ଶନ ଦେବେ ମହାବାହୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର କାର୍ତ୍ତିକ ମାସର ତୃତୀୟ ସୋମବାର । ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ସେପଟେ ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ହରିହର ବେଶ । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ । କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହୋଇଥିଏ । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ପଡ଼ିଛି ।

ତେଣୁ ଶ୍ରୀମନ୍ଦିର ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହେବ । କିନ୍ତୁ ମହାପ୍ରଭୁ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ବସ୍ତ୍ରରେ ଦର୍ଶନ ଦେବା ସହ ବିଭିନ୍ନ ପ୍ରକାରର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି