ଗର୍ଜିଲା ମହିଳା କଂଗ୍ରେସ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢ଼ୁଥିବା ନାରୀ ନିର୍ଯାତନା, ଗଣଦୁଷ୍କର୍ମକୁ ନେଇ ପୁଣି ତାତିଛି ଓଡ଼ିଶା ମହିଳା କଂଗ୍ରେସ । ଆଜି କଂଗ୍ରେସ ଭବନ ସମ୍ମୁଖରେ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଛନ୍ତି ଶତାଧିକ ମହିଳା କଂଗ୍ରେସ କର୍ମୀ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଧାୟକ ସୁର ରାଉତରାୟଙ୍କ ସମେତ କଂଗ୍ରେସ କର୍ମକର୍ତ୍ତାମାନେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ । ରାଜ୍ୟରେ ପ୍ରତିଦିନ ନାରୀ ନିର୍ଯାତନା, ଗଣଦୁଷ୍କର୍ମ ଘଟୁଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କୋହଳ ମନୋଭାବ ପୋଷଣ କରୁଛି । କୋର୍ଟରେ ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେବା ପରିବେର୍ତ୍ତ ଆରାମରେ ଖସିଯାଉଛନ୍ତି । କେତେକ କ୍ଷେତ୍ରରେ ପୋଲିସ ଜାଣିଶୁଣି ଅଭିଯୁକ୍ତଙ୍କୁ ଗିରଫ କରୁନାହିଁ ବୋଲି କଂଗ୍ରେସ ନେତାମାନେ ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ