Masthead

ମା’ ତାରାତାରିଣୀଙ୍କ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ଚୋରି। ବିଳମ୍ବିତ ରାତିରେ ଲୁଟେରା ମା’ଙ୍କ ମନ୍ଦିରରେ ପଶି କଳାକନା ବୁଲାଇଦେଇଥିବା ଜଣାପଡିଛି। ଲୁଟେରା ପ୍ରାୟ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ଫେରାର ହୋଇଯାଇଛନ୍ତି। ସୂଚନା ପାଇ ପୁରୁଷୋତ୍ତମପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଗତକାଲି ମଧ୍ୟ ରାତ୍ରରେ ଗଞ୍ଜାମ ଜିଲ୍ଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରର ଗ୍ରିଲ ଭାଙ୍ଗି ଭିତରେ ପଶିଥିଲେ କିଛି ଦୁର୍ବୃତ୍ତ ।

ମା’ଙ୍କ ରୂପା ମୁକୁଟ, ଛତ୍ରି, ସହ ବାହାର ହୁଣ୍ଡିରୁ ପ୍ରାୟ ଲକ୍ଷାଧିକ ଟଙ୍କା ନେଇ ଯାଇଥିବା ଜଣାଯାଇଛି। ସକାଳୁ ସକାଳୁ ମନ୍ଦିର ପୂଜକ ମନ୍ଦିରକୁ ଆସି ଦେଖିବା ବେଳକୁ ମନ୍ଦିର ହୁଣ୍ଡି ଭଙ୍ଗା ଯିବା ସହ ଗ୍ରିଲ କଟାଯାଇଛି । ଏନେଇ ସଙ୍ଗେ ସଙ୍ଗେ ମନ୍ଦିର ଟ୍ରଷ୍ଟକୁ ଖବର ଦେଇଥିଲେ ମନ୍ଦିର ପୂଜକ । ମନ୍ଦିର ଟ୍ରଷ୍ଟ ଘଟଣାସ୍ଥଳରେ ପହଞ୍ଚିବା ସହ ପୁଲିସକୁ ଖବର ଦେଇଥିଲା । ପୁରୁଷୋତ୍ତମପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି