Masthead

ପ୍ରବୀର ପ୍ରଧାନଙ୍କୁ ବିଭିନ୍ନ ମହଲରୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ବିୟୋଗରେ ସମସ୍ତେ ଯେମିତି ଭାଙ୍ଗି ପଡ଼ିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରି ବିଭିନ୍ନ ମହଲରୁ  ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ପୋଲିସ ସେବା ଭବନରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା । ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜଣାଇଥିଲା। ଏହା ସହ ପ୍ରବୀରଙ୍କ ବିୟୋଗରେ ପୋଲିସ ଡିଜି ମଧ୍ୟ ଶୋକବାର୍ତ୍ତା ଜାରି କରିଛନ୍ତି । ଅନ୍ୟପକ୍ଷରେ ଅନେକ ରାଜନେତା, ସାମ୍ବାଦିକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ବିଜେପି ଉପସଭାପତି ବୈଜୟନ୍ତ ପଣ୍ଡା, ସାଂସଦ ସସ୍ମିତ ପାତ୍ର ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି ।

  ରାଜ୍ୟର ପ୍ରାୟ ସମସ୍ତ ସାମ୍ବାଦିକ ପ୍ରବୀରଙ୍କ ବିୟୋଗରେ ମର୍ମାହତ ହେବା ସହ ସ୍ମୃତି ଚାରଣ କରିଛନ୍ତି । ଦକ୍ଷ କ୍ରାଇମ ରିପୋର୍ଟର ଭାବେ ସଫଳତାର ସହ କାର୍ଯ୍ୟ କରୁଥିଲା ପ୍ରବୀର । ତାଙ୍କ ରିପୋର୍ଟିଂ କରିବାର ଶୈଳୀ ସମସ୍ତଙ୍କ ମନ ମୋହିଥିଲା । ତେବେ କିଛିଦିନ ହେବ କରୋନାରେ ଆକ୍ରାନ୍ତ ଥିଲେ । ଗୁରୁବାର ସକାଳେ ତାଙ୍କର ଦେହାନ୍ତ ହୋଇଛି । କୋଭିଡରେ ତାଙ୍କ ପିତାଙ୍କ ମଧ୍ୟ ଦେହାନ୍ତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା