Masthead

ମା’ ତାରାତାରିଣୀଙ୍କ ମନ୍ଦିରରୁ ଚୋରି ଘଟଣା; ଆଜି ହେବ ମାଆଙ୍କ ମହାସ୍ନାନ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ମହାସ୍ନାନ ।‌ ଗତ ୬ରେ ମନ୍ଦିରରୁ ଲୁଟ୍ ପରେ ମାଆଙ୍କୁ କରାଯିବ ମହାସ୍ନାନ ।‌ ମାଆଙ୍କୁ ସ୍ପର୍ଶ କରି ରୁପା ମୁକୁଟ ଓ ଅଳଙ୍କାର ଲୁଟିଥିଲେ ଦୁର୍ବୃତ୍ତ ।‌ ପ୍ରଥମେ ପୂର୍ଣ୍ଣତୟା ଋଷିକୂଲ୍ୟା ନଦୀ ନିକଟରେ ଏକତ୍ରିତ ହେବେ ସେବାୟତ ପରିବାରର ମାଆ ଓ ଭଉଣୀମାନେ। ନଦୀରେ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଗରାରେ ପାଣି ଧରିବେ ସେବାୟତମାନେ। ୧୦୮ ଗରାରେ ପାଣି ଧରି ୯୯୯ ପାହାଚ ଚଢ଼ି ସେବାୟତ ମାନେ ମା’ଙ୍କ ମନ୍ଦିର ଉପରକୁ ଯିବେ।

ମନ୍ଦିର ଉପରେ ମା’ଙ୍କୁ ପ୍ରଥମେ ମହାସ୍ନାନ କରାଯିବ। ଏହାପରେ ଶ୍ରୀ ସୁପ୍ତ, ଦେବୀ ସୁପ୍ତ ସହ ବାତ୍ରୀ ସୁପ୍ତ ଭଳି ଏହି ତିନୋଟି ସୁପ୍ତକୁ ୧୦୮ଥର ପଠନ କରାଯିବ । ଏହାପରେ ମା’ଙ୍କ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ ମାଆ ତାରାତାରିଣୀ।‌ ଗତ ୬ ତାରିଖରେ ମା’ଙ୍କ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ରୂପା ଅଳଙ୍କାରକୁ ଚୋର ମାନେ ଚୋରି କରିଥିଲେ। ମା’ଙ୍କୁ ଚୋର ମାନେ ସ୍ପର୍ଶ କରିଥିବା ଯୋଗୁଁ ମା’ଙ୍କୁ ଏଭଳି ମହାସ୍ନାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ