Masthead

ପୁଣି ଟ୍ରେନ ଦୁର୍ଘଟଣା

କୋଲକାତା (ବଡ଼ ଖବର ବ୍ୟୁରୋ): ପୁଣି ଟ୍ରେନ୍‌ ଦୁର୍ଘଟଣା। ଲାଇନ୍‌ ଚ୍ୟୁତ ହେଲା ଆଉ ଏକ ଟ୍ରେନ୍। ହାୱଡା ନାଲପୁର ନିକଟରେ ସାଲିମାର-ସିକନ୍ଦରାବାଦ ସୁପରଫାଷ୍ଟ ସ୍ପେଶାଲ ଟ୍ରେନ ଲାଇନଚ୍ୟୁତ ହୋଇଛି । ଟ୍ରେନ୍‌ର ତିନୋଟି ବଗି ଟ୍ରାକ୍‌ରୁ ଖସି ଯାଇଛି। ଫଳରେ ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଟ୍ରେନ ନମ୍ବର ହେଉଛି ୨୨୮୫୦ । ଆଜି ଭୋର ୫ଟା ୪୫ ମିନିଟରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ସୂଚନା ରହିଛି ।

ତେବେ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର ଓ ମରାମତି କାର୍ଯ୍ୟ କରୁଛି ରେଳ ବିଭାଗ। ସେପଟେ ରେଳ ବିଭାଗ ପକ୍ଷରୁ ହେଲ୍ପ ଲାଇନ ନଂ ଜାରି କରାଯାଇଛି । ଖଡଗପୁର ପାଇଁ ହେଲପ୍ ଲାଇନ୍ ନଂ- ୬୩୭୬୪ ଜାରି କରାଯାଇଛି । ଖଡଗପୁର ଷ୍ଟେସନ ପକ୍ଷରୁ ହେଲପଲାଇନ୍ ନଂ ୦୩୨୨୨୯-୩୭୬୪ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା