ପୁଣି ଆସୁଛି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଲଘୁଚାପରେ ପରିଣତ ହେବା ପରେ ଏହା ପଶ୍ଚିମ ଦିଗକୁ ଗତି କରିବ ।

ପରବର୍ତ୍ତି ଦୁଇ ଦିନ ପର୍ଯ୍ୟନ୍ତ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଆଡେ ମୁହାଁଇବ ବୋଲି ଆକଳନ କରାଯାଇଛି । ଏହାର ପ୍ରଭାବରେ ୧୨ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷାର ସମ୍ଭବନା ରହିଛି । ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ । ବିଶେଷ କରି ତାମିଲନାଡୁ, କେରଳ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ଆଇଏମଡି ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ