ସ୍ୱାମୀ ମାଗିଲେ ତଥ୍ୟ, ସ୍ତ୍ରୀଙ୍କୁ ମାଡ଼

ଦଶରଥପୁର (ବଡ଼ ଖବର ବ୍ୟୁରୋ): ଦୁର୍ନୀତି ବିରୋଧ ରେ ଆରଟିଆଇ ତଥ୍ୟ ମାଗିବାରୁ ସଂଘବଧ ଭାବେ ଆକ୍ରମଣ । ଏହିଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ଦଶରଥପୁର ଥାନା ରାହାସୋଇ ପଞ୍ଚାୟତରେ । ପଞ୍ଚାୟତର ସୂଚନା ଅଧିକାର କର୍ମୀ ଅଶୋକ ପତି ପଞ୍ଚାୟତର ବିଭିନ୍ନ ଦୁର୍ନୀତିକୁ ବିରୋଧ କରିବା ସହ ଆରଟିଆଇ ରିପୋର୍ଟ ମାଗିଥିଲେ । ପଞ୍ଚାୟତର ବିଭିନ୍ନ ଉନ୍ନୟ ମୂଳକ କାମରେ ଦୁର୍ନୀତି ହେଉଥିବା ଜାଣି ବିରୋଧ କରିବା ସହ ଆରଟିଆଇ ରିପୋର୍ଟ ମାଗିଥିଲେ । ଏହାପରେ ବ୍ଲକ ପ୍ରଶାସନିକ ଅଧିକାରୀ ତଦନ୍ତ କରି ପଂଚାୟତସ୍ତରରେ କିଛି କାମକୁ ବନ୍ଦ କରିଦେଇଛନ୍ତି ।

କାମ ବନ୍ଦ ହୋଇଯିବାରୁ କାମ କରୁଥିବା ବ୍ୟକ୍ତି ଆକ୍ରୋଶମୂଳକ ଭାବେ ବାରମ୍ବାର ଅଶୋକଙ୍କୁ ଗାଳିଗୁଲଜ କରନ୍ତି। ଗତକାଲି ସନ୍ଧ୍ୟାରେ ପାଟିତୁଣ୍ଡ କରିଥିଲେ । ଯାହାକୁ ନେଇ କିଛି ଯୁବକ ଅଶୋକ ପତିଙ୍କୁ ମାଡ଼ ମାରିବା ସହ ତାଙ୍କ ସ୍ତ୍ରୀ ଲଳିତା ପତିକୁ ଉଠାଇ ନେବା ସହ ରାସ୍ତା ଉପରେ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରିଥିଲେ । ଘଟଣାସ୍ଥଳରେ ଦଶରଥପୁର ପୋଲିସ ପହଞ୍ଚି ଅଶୋକ ପତି ଏବଂ ତାଙ୍କ ସ୍ତ୍ରୀଙ୍କୁ ଉଦ୍ଧାର କରିବା ସହ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ତେବେ ଏଭଳି ଅମାନବୀୟକାଣ୍ଡ ଘଟାଇ ଥିବା ଅନ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିବାକୁ ସାଧାରଣତଃ ରେ ଦାବି ଜୋରଧରିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’