Masthead

ମୁମ୍ବାଇ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମୁମ୍ବାଇ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ଆସିଲା ଧମକ । ଯାହାକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ମହମ୍ମଦ ନାମକ ଜଣେ ବ୍ୟକ୍ତି ମୁମ୍ବାଇରୁ ଆଜେରବାଇଜାନକୁ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା ଧମକରେ କୁହାଯାଇଛି। ମୁମ୍ବାଇ ଡୋମେଷ୍ଟିକ୍ ଏୟାପୋର୍ଟର ସିଆଇଏସ୍‌ଏଫ୍‌ କଣ୍ଟ୍ରୋଲ ରୁମ୍‌କୁ ଏଭଳି କିଛି ଧମକପୂର୍ଣ୍ଣ ଫୋନ୍‌ କଲ ଆସିଛି। ଏହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ମୁମ୍ବାଇ ବିମାନ ବନ୍ଦରରେ ସୁରକ୍ଷା ବଢ଼ାଇ ଦିଆଯାଇଛି।

ସେପଟେ ଧମକ ମିଳିବା ପରେ ତୁରନ୍ତ ସିଆଇଏସ୍‌ଏଫ୍‌ ଟିମ୍‌ ଆକ୍ସନ ମୁଡ୍‌କୁ ଆସିଛି। ଏନେଇ ସହାର ପୁଲିସ ଷ୍ଟେସନକୁ ଆଲର୍ଟ କରିଛି। ଏହାପରେ ପୁଲିସର ଏକ ଟିମ୍‌ ବିମାନବନ୍ଦରରେ ନିୟୋଜିତ କରାଯାଇଛି। ବିମାନ ବନ୍ଦରର ତନ୍ନ ତନ୍ନ କରି ଯାଞ୍ଚ ଚାଲିଛି। ସୂଚନାନୁସାରେ, କଲର୍ କୌଣସି ନିର୍ଦ୍ଦିଷ୍ଟ ବିମାନ ବିଷୟରେ ଉଲ୍ଲେଖ କରିନଥିଲେ। ବୁଧବାର ହଠାତ୍ ମଧ୍ୟାହ୍ନ ପ୍ରାୟ ୩ଟା ସମୟରେ ଏହି ଧମକପୂର୍ଣ୍ଣ କଲ୍‌ ଆସିଥିଲା। ଏହା ପରେ ଅଧିକାରୀମାନେ ଏହି ଫୋନ୍‌ କଲ୍‌ର ଯାଞ୍ଚ ଆରମ୍ଭ କରିଥିଲେ। କିଏ ଏହି ଧମକପୂର୍ଣ୍ଣ ଫୋନ୍‌ କଲ୍ କରିଥିଲା ସେ ନେଇ ତଦନ୍ତ ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ