ଆର୍‌ବିଆଇକୁ ଆସିଲା ଧମକପୂର୍ଣ୍ଣ କଲ୍‌

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଭାରତୀୟ ରିଜର୍ଭ ବ୍ୟାଙ୍କ ତଥା ଆର୍‌ବିଆଇକୁ ମିଳିଲା ଧମକ। ଆତଙ୍କବାଦୀ ସଙ୍ଗଠନ ଲସ୍କର ନାଁରେ ମୁମ୍ବାଇର ଆର୍‌ବିଆଇ ବ୍ୟାଙ୍କର କଷ୍ଟମର କେୟାରକୁ କେହି ଜଣେ ବ୍ୟକ୍ତି ଫୋନ୍‌ କରି ଧମକ ଦେଇଛନ୍ତି। ଏହାକୁ ନେଇ ଏବେ ଚାରିଆଡେ ଆତଙ୍କ ଖେଳି ଯାଇଛି। ଏହି ଧମକପୂର୍ଣ୍ଣ କଲ୍‌ ଆସିବା ପରେ ମୁମ୍ବାଇ ପୁଲିସ ଏକ ମାମଲା ରୁଜୁ କରିଛି । ବ୍ୟାଙ୍କର ଗ୍ରାହକ ସେବା(କଷ୍ଟମର କେୟାର) ନମ୍ବରକୁ ଜଣେ ଫୋନ୍‌ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍‌ ଆସିଥିବା ଜଣାପଡ଼ିଛି। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଅପରପକ୍ଷେ ପୋଲିସ ଘଟଣାକୁ ଗମ୍ଭୀରତା ସହ ନେଇ ତଦନ୍ତ ଆରମ୍ଭ କରିଛି।

ଏନେଇ ମାତା ରାମାବାଇ ମାର୍ଗ ଥାନାରେ ମାମଲା ରୁଜୁ ହୋଇଛି। କେହି ମଜାରେ ଏଭଳି ଫୋନ କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଥିଲେ ହେଁ କଲ୍‌ କରିଥିବା ବ୍ୟକ୍ତିଙ୍କୁ ଖୋଜୁଛି। ଆର୍‌ବିଆଇକୁ ଏଭଳି ଧମକପୂର୍ଣ୍ଣ କଲ୍‌ ମିଳିବା ନୂଆ କଥା ନୁହେଁ। ଗତ ୨ ମାସ ମଧ୍ୟରେ ଏଭଳି କଲ୍‌କୁ ନେଇ ଅନେକ ମାମଲା ରୁଜୁ ହୋଇଛି। ଦେଶର ଅନେକ ବିମାନବନ୍ଦର, ସ୍କୁଲ ଏବଂ ଅନ୍ୟାନ୍ୟ ସ୍ଥାନକୁ ଧମକପୂର୍ଣ୍ଣ କଲ୍‌ କରାଯାଉଛି। ଏପରିକି ବୋମାରେ ଉଡାଇ ଦେବାକୁ ଧମକ ଦେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’