Masthead

ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ। ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଥିଲେ ସମୀର ଦେ । ଫୁସଫୁସ ଜନିତ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ସମୀର ଦେ । ସମୀର ଦେଙ୍କ ବିୟୋଗ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି । ତାଙ୍କ ଦେହାନ୍ତରେ ରାଜ୍ୟ ରାଜନୈତିକ ମହଲରେ ଶୋକର ଛାୟା ଖେଳି ଯାଇଛି । ବହୁ ନେତା ମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି ।

ସ୍ବାସ୍ଥ୍ୟଗତ ସମସ୍ୟା ନେଇ ସେ ଦୀର୍ଘ ଦିନ ହେବ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଫୁସଫୁସ ଜନିତ ସଂକ୍ରମଣରେ ଆକ୍ରାନ୍ତ ଥିଲେ । ନିମୋନିଆ,କିଡନୀ, ରକ୍ତଚାପ ଜନିତ ରୋଗରେ ପୀଡିତ ଥିଲେ । କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାଙ୍କୁ ଭେଟିଥିଲେ । ୨୦୦୦ ରୁ ୨୦୦୪ ଯାଏଁ ନଗର ଉନ୍ନୟନ ମନ୍ତ୍ରୀ ଥିଲେ ସମୀର ଦେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଉଚ୍ଚଶିକ୍ଷା ମନ୍ତ୍ରୀ ଥିଲେ । ୧୯୫୫ରେ ବିଧାନସଭାରେ ଏଣ୍ଟ୍ରି ମାରିଥିଲେ ସମୀର ଦେ । ମେଣ୍ଟ ସରକାରରେ ମନ୍ତ୍ରୀ ଥିଲେ ସେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା