Masthead

ଦିଲ୍ଲୀରେ ସଙ୍ଗୀନ ହେଉଛି ବାୟୁ ପ୍ରଦୁଷଣ; ସ୍କୁଲ ବନ୍ଦ, ଅନଲାଇନରେ ହେବ ପାଠପଢା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ସଙ୍ଗୀନ ହେଉଛି ଦିଲ୍ଲୀ ବାୟୁ ପ୍ରଦୁଷଣ । ଜାତୀୟ ରାଜଧାନୀର ବାୟୁମଣ୍ଡଳକୁ ଆଚ୍ଛାଦିତ କରି ରଖିଛି ଧୂଆଁ ସାଙ୍ଗକୁ କୁହୁଡ଼ି। ଫଳରେ ରାସ୍ତାଘାଟ ଦେଖାଯାଉ ନ ଥିବାବେଳେ ନିଶ୍ୱାସ ନେବାବି କଷ୍ଟକର ହୋଇ ପଡ଼ିଛି। ବଢୁଥିବା ପ୍ରଦୂଷଣ ଦୃଷ୍ଟିରେ ରଖି ଆଜିଠୁ ଦିଲ୍ଲୀରେ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତି ନେଇଛନ୍ତି ଦିଲ୍ଲୀ ସରକାର । ସବୁ ସ୍କୁଲ ବନ୍ଦ ରହିବା ସହ ଅନଲାଇନ୍ ମାଧ୍ୟମରେ ପାଠ ପଢିବେ ଛାତ୍ରଛାତ୍ରୀ । ସେହିପରି ଦିଲ୍ଲୀ ୟୁନିର୍ଭସିଟିରେ ମଧ୍ୟ ଅନଲାଇନରେ ହେବ ପଠାପଢା । ନଭେମ୍ବର ୨୨ ପର୍ଯ୍ୟନ୍ତ ଅନଲାଇନରେ ପାଠପଢା ହେବା ନେଇ ନିଷ୍ପତି ନିଆଯାଇଛି ।

ବିପଦପୂର୍ଣ୍ଣ ବାୟୁ ପ୍ରଦୂଷଣ ଯୋଗୁଁ ଦିଲ୍ଲୀର ଲୋକମାନେ ଭୟଙ୍କର ଅବସ୍ଥାରେ ଅଛନ୍ତି। ସହରର ଅନେକ ଅଞ୍ଚଚଳରେ ଭିଜିବିଲିଟି ବହୁତ ହ୍ରାସ ପାଇଛି। ସକାଳେ ଦିଲ୍ଲୀର ଅନେକ ଅଞ୍ଚଳରେ ଧୂଆଁ କୁହୁଡ଼ି ଦେଖିବାକୁ ମିଳୁଛି। ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ଏୟାର କ୍ବାଲିଟି ଇଣ୍ଡେକ୍ସ ୫୦୦ ପାର୍ କରିଛି । ସେପଟେ କୁହୁଡି ପାଇଁ ଇନ୍ଦିରା ଗାନ୍ଧୀ ଏୟାରପୋର୍ଟରୁ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଗତକାଲିଠି ଦିଲ୍ଲୀରେ ଗ୍ରାଫ୍-୪ ନିୟମ ଲାଗୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼