Masthead

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା । ଖସୁଛି ପାରଦ। ବଢୁଛି ଜାଡ। ରାଜ୍ୟରେ ତଳମୁହାଁ ହେଉଛି ରାତିର ତାପମାତ୍ରା। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢିଥିବା ଦେଖିବାକୁ ମିଳୁଛି। ବିଭିନ୍ନ ସ୍ଥାନରେ ଘନ କୁହୁଡି ସହିତ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି । ତେବେ ଆସନ୍ତା ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରକୋପ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡିରେ ମଧ୍ୟମ ଧରଣର କୁହୁଡିର ସମ୍ଭାବନା ରହିଛି । ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି ।

ଜି ଉଦୟଗିରିରେ ପାରଦ ସବୁଠୁ କମ୍‌ ୭.୨ ଡିଗ୍ରୀ ସେଲସିୟସ୍‌କୁ ଖସିଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ସେହିପରି ଭୁବନେଶ୍ବର ଏବଂ କଟକରେ ତାପମାତ୍ରା ୧୬.୦୮ଡିଗ୍ରୀ ରେକର୍ଡ ହୋଇଛି । ଅନ୍ୟପଟେ ରାଉରକେଲାରେ ୧୨.୨, ଝାରସୁଗୁଡ଼ାରେ ୧୨.୪, ଭବାନୀପାଟଣାରେ ୧୩, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୧୪, ନବରଙ୍ଗପୁରରେ ୧୪.୫, ବଲାଙ୍ଗୀର ଓ ଢେଙ୍କାନାଳରେ ୧୪.୯, ସୋନପୁରରେ ୧୫.୧, ନୟାଗଡ଼ରେ ୧୫.୪ ଡିଗ୍ରୀ ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ