Masthead

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା । ଖସୁଛି ପାରଦ। ବଢୁଛି ଜାଡ। ରାଜ୍ୟରେ ତଳମୁହାଁ ହେଉଛି ରାତିର ତାପମାତ୍ରା। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢିଥିବା ଦେଖିବାକୁ ମିଳୁଛି। ବିଭିନ୍ନ ସ୍ଥାନରେ ଘନ କୁହୁଡି ସହିତ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି । ତେବେ ଆସନ୍ତା ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରକୋପ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡିରେ ମଧ୍ୟମ ଧରଣର କୁହୁଡିର ସମ୍ଭାବନା ରହିଛି । ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି ।

ଜି ଉଦୟଗିରିରେ ପାରଦ ସବୁଠୁ କମ୍‌ ୭.୨ ଡିଗ୍ରୀ ସେଲସିୟସ୍‌କୁ ଖସିଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ସେହିପରି ଭୁବନେଶ୍ବର ଏବଂ କଟକରେ ତାପମାତ୍ରା ୧୬.୦୮ଡିଗ୍ରୀ ରେକର୍ଡ ହୋଇଛି । ଅନ୍ୟପଟେ ରାଉରକେଲାରେ ୧୨.୨, ଝାରସୁଗୁଡ଼ାରେ ୧୨.୪, ଭବାନୀପାଟଣାରେ ୧୩, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୧୪, ନବରଙ୍ଗପୁରରେ ୧୪.୫, ବଲାଙ୍ଗୀର ଓ ଢେଙ୍କାନାଳରେ ୧୪.୯, ସୋନପୁରରେ ୧୫.୧, ନୟାଗଡ଼ରେ ୧୫.୪ ଡିଗ୍ରୀ ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି