Masthead

ଆଜି ଆସିବ ସୁଭଦ୍ରା ଟଙ୍କା; ମହିଳାଙ୍କ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ଆସିବ ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା। ପ୍ରଥମ କିସ୍ତିରୁ ବାଦ୍ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା । ‘ସୁଭଦ୍ରା’ ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର। ସେମାନଙ୍କ ମଧ୍ୟରୁ ୨୫ ପ୍ରତିଶତ ମହିଳାଙ୍କର ଯାଞ୍ଚ ପରେ ସଂଶୋଧନ ସରିଛି। ଆଜି ପାଖାପାଖି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ସୁନ୍ଦରଗଡ଼ରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବାଣ୍ଟିବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି,  ୨ ଲକ୍ଷ ୬୭ ହଜାର ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଳକରେ ପହଞ୍ଚିଛି। ବ୍ଳକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି ।

ବାକି ଜମି ସମସ୍ୟା ଯୋଗୁଁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ । କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ୍ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ । ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କ୍ ରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାମାନେ ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା