Masthead

ଆଜି ବସିବ ସର୍ବଦଳୀୟ ବୈଠକ, କାଲି ଠାରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ବସିବ ବୈଠକ । ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡିବେ ।

ସେପଟେ ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ। ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ  ଚାଲିବ ଏହି ଅଧିବେଶନ। ଏହି ସମୟରେ ସରକାର ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ । ଅଧିବେଶନରେ ଅତି କମ୍‌ରେ ୧୬ଟି ବିଲ୍‌ ଉପରେ ଆଲୋଚନା ହେବାର ଅଛି । ରାଜ୍ୟସଭା ସଚିବାଳୟ ଅନୁଯାୟୀ ଅଧିବେଶ ସମୟରେ ଗୃହର ୧୯ଟି ବୈଠକ ବସିବ। ୱକଫ୍ ବିଲ୍ ମଧ୍ୟ ଲୋକସଭାରେ ଆଗତ ହୋଇପାରେ ।

ଶୀତକାଳୀନ ଅଧିବେଶନ ପୂର୍ବରୁ ଗତକାଲି ବସିଥିଲା ସର୍ବଦଳୀୟ ବୈଠକ। ଏଥିରେ ୩୦ଟି ଦଳର ପ୍ରତିନିଧି ସାମିଲ ହୋଇଥିଲେ। ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୪୨ ଜଣ ନେତା ଯୋଗ ହୋଇଥିଲେ। ଆଜି ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ , ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ ,ସକାଳ ୧୦.୩୦ରେ ଆରମ୍ଭ ହେବ ଏହି ବୈଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇସ୍ରାଏଲ-ଇରାନ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଇସ୍ରାଏଲ-ଇରାନ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା