କମିବ ଶୀତ, ବଢିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ତେବେ, ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜିଠାରୁ ରାଜ୍ୟରେ ଶୀତ କମିବ। ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। ଏହା ପ୍ରଭାବରେ କମ୍ ଶୀତ ଅନୁଭବ ହେବ। ଉଭୟ ପାଣିପାଗ ବିଭାଗ ଓ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି। ଭୁବନେଶ୍ବର ସଂଲଗ୍ନ ଉପକୂଳ ଜିଲ୍ଲାରେ ଆଜି ରାତିରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ବଢିବ।

୨ ତାରିଖ ଯାଏଁ ରାତି ତାପମାତ୍ରା ଅଧିକ ରହିବ ଓ କମ୍ ଶୀତ ହେବ। ୩ ତାରିଖ ରାତି ତାପମାତ୍ରା ପୁଣି ୨ ଡିଗ୍ରୀ କମିଯିବ। ଆସନ୍ତାମାସ ୪,୫ ଓ ୬ ତାରିଖରେ ଏଭଳି ତାପମାତ୍ରା ରହିବ। ଡିସେମ୍ବର ୧ ତାରିଥ ଯାଏଁ ଦିନରେ ପାଗ କୋହଲା ରହିବ। ୩୦ ତାରିଖ ରାତିରେ ଆଭ୍ୟନ୍ତରିଣ ଜିଲ୍ଲାରେ ରାତି ତାପମାତ୍ରା ୩ ଡିଗ୍ରୀ ବଢିବ। ୧ ତାରିଖରେ ପୁଣି ୨ ଡିଗ୍ରୀ କମିବ। ଡିସେମ୍ବର ୫ ତାରିଖ ଯାଏଁ ଏଭଳି ତାପମାତ୍ରା ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’