ପ୍ରଧାନମନ୍ତ୍ରୀ ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ଭୁବନେଶ୍ୱରରେ ହାଫ୍ ଡେ’ ସ୍କୁଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଆଜି ଦିନ ୧ଟା ଯାଏଁ ଚାଲିବ ସ୍କୁଲ । ଦିନ ୧ଟା ପରେ ସବୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଘୋଷଣା । ଟ୍ରାଫିକ କଟକଣା ଯୋଗୁଁ ଯାତାୟାତ ପ୍ରଭାବିତ ଆଶଙ୍କାରେ ହାଫ୍‌ ଡେ’ ସ୍କୁଲ ଛୁଟି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କର ଭୁବନେଶ୍ବର ଗସ୍ତ ରହିଛି । ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଟ୍ରାଫିକ କଟକଣା ଯୋଗୁଁ ଯାତାୟତରେ ପ୍ରଭାବିତ କାରଣରୁ ଦିନ 1ଟା ପରେ ସ୍କୁଲ ବନ୍ଦ କରିବାକୁ ଘୋଷଣା କରାଯାଇଛି । କହିରଖୁଛୁ କି, ଗୃହମନ୍ତ୍ରୀ ଅମିତ ଶାହ ଅପରାହ୍ନ 1.25 ମିନିଟରେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ 4ଟା 15 ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ।

ଅନ୍ୟପକ୍ଷରେ ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବିଏହି ସମ୍ମିଳନୀରେ ଯୋଗ ଦେବେ। ଏଥିପାଇଁ କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି କମିଶନରେଟ୍ ପୁଲିସ। ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’