Masthead

ରାଜ୍ୟରେ କୋହଲା ପାଗ, ଘନ କୁହୁଡି ହେବା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ରାଜ୍ୟରେ କୋହଲା ପାଗ ଜାରି ରହିବ । ଶନିବାର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ପାଗ କୋହଲା ରହିବା ସହ କନ୍ଧମାଳ ଓ କଳାହାଣ୍ଡିରେ ଘନ କହୁଡ଼ି ହେବାର ଆଶଙ୍କା ରହିଛି । କୋହଲା ପାଗ ଯୋଗୁ ରାଜ୍ୟରେ ଶୀତର ପ୍ରକୋପ ବଢ଼ିଛି । ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ତଳକୁ ଖସିଛି । କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ରହିଥିଲା । ସେହିପରି ଫୁଲବାଣୀରେ ୧୦.୫, ଦାରିଙ୍ଗବାଡ଼ିରେ ୧୩.୫, ସୁନ୍ଦରଗଡ଼ ୧୨.୫, ବୌଦ୍ଧ ୧୨.୫, ଭୁବନେଶ୍ୱରରେ ୨୧.୫ ଡିଗ୍ରୀ ରହିଛି । ଭୁବନେଶ୍ୱର ସମେତ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି ।

ସେପଟେ ଆଜି ଅପରାହ୍ଣରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଫେଙ୍ଗଲ। ପୁଡୁଚେରୀ ନିକଟ କରାଇକଲ ଓ ମହାବଲୀପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୭୦ରୁ ୮୦ କିଲୋମିଟର ରହିପାରେ। ଅତିବେଶୀରେ ୯୦ କିଲୋମିଟର ଝଟକା ଦେବା ସମ୍ଭାବନା ରହିଛି। ଏବେ ପୁଡୁଚେରୀଠାରୁ ୧୮୦ ଓ ଚେନ୍ନାଇଠାରୁ ୧୯୦ କିଲୋମିଟର ଦୂରରେ ରହିଛି ବାତ୍ୟା ଫଙ୍ଗାଲ। ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଚେନ୍ନାଇ ସହରର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ବାତ୍ୟା ପ୍ରଭାବରେ ଓଡ଼ିଶାରେ ବି ମେଘୁଆ ପାଗ ଦେଖିବାକୁ ମିଳିଛି। ଆଜି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର