Masthead

୧୨ରୁ ବଢିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗୁରୁବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା କିଛି ଅଂଶରେ ବଢ଼ିଥିବାବେଳେ କେନ୍ଦୁଝର ଓ କନ୍ଧମାଳ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ସେହିପରି ମାଲକାନଗିରି, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଆଦି ଜିଲାରେ ସାମାନ୍ୟ ବର୍ଷା ହୋଇଥିଲା।

ଶୁକ୍ରବାର କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଏବଂ ମାଲକାନଗିରି ଜିଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୧୧ ତାରିଖ ଯାଏ ରାଜ୍ୟରେ କମ୍‌ ଶୀତ ଅନୁଭୂତ ହେବ । କେନ୍ଦ୍ରୀୟ ଭାରତ, ଗୁଜରାଟ, ମହାରାଷ୍ଟ୍ର ଏବଂ ଓଡ଼ିଶା ସମେତ ପୂର୍ବ ଭାରତର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୫ ଡିଗ୍ରୀ ଅଧିକ ରହିବ । ୧୨ ତାରିଖରୁ ଶୀତ ସାମାନ୍ୟ ବଢ଼ିପାରେ । ଉତ୍ତର ପଶ୍ଚିମ, କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ ଭାରତରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିପାରେ । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ତାର ବିସ୍ତାରିତ ପାଣିପାଗ ଆକଳନ ରିପୋର୍ଟରେ ଏହି ପୂର୍ବାନୁମାନ ଦେଇଛି ।

ଡିସେମ୍ବର ପ୍ରଥମ ସପ୍ତାହ (୫ରୁ ୧୨ ତାରିଖ)ରେ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ବିଭିନ୍ନ ସ୍ଥାନରେ ୧ରୁ ୫ମିମି ବର୍ଷା ହୋଇପାରେ । ଦ୍ୱିତୀୟ ସପ୍ତାହ ବା ୧୨ରୁ ୧୯ ତାରିଖ ଭିତରେ ଆଦୌ ବର୍ଷା ସମ୍ଭାବନା ନାହିଁ ଓ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ । ୬ରୁ ୧୨ ତାରିଖ ଯାଏ ପଶ୍ଚିମ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାରେ ରାତି ତାପମାତ୍ରା ୧୦ରୁ ୧୪ ଡିଗ୍ରୀ ସେଲସିୟସ୍‌ ରହିପାରେ । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ରାତି ତାପମାତ୍ରା ୧୪ରୁ ୧୮ ଡିଗ୍ରୀ ରହିବ । ସେହିଭଳି ୧୩ରୁ ୧୯ ତାରିଖ ଯାଏ ରାଜ୍ୟରେ ରାତି ତାପମାତ୍ରା ଖସିବ । ସର୍ବନିମ୍ନ ତାପମାତ୍ରା ୧୦ରୁ ୧୪ ଡିଗ୍ରୀ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ