Masthead

ଆସନ୍ତା ୨୪ ଘଣ୍ଟା ପାଇଁ ବର୍ଷା ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ଖସିବ ପାରଦ, ବଢ଼ିବ ଶୀତ। ଗଲା କିଛି ଦିନ ଦେବ ଦିନ ବେଳା ତାତି ୩୦ ଡିଗ୍ରୀ ଉପରେ ରହୁଥିବା ରାତିରେ ଥଣ୍ଡା ଅନୁଭୂତ ହେଉଥିଲା। ମାତ୍ର ଗତକାଲି ଠାରୁ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ଖସିଛି ଓ ଥଣ୍ତା ବଢ଼ିଥିବା ଅନୂଭୁତ ହେଉଛି। ତେବେ, ସୋମବାର ଅର୍ଥାତ ୯ ରୁ ପାରଦ ଖସିବା ଓ ଥଣ୍ତା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ବଢ଼ିଲା ବର୍ଷା ଆଶଙ୍କା। ଆଗାମୀ ଦୁଇ ଦିନ ବିଭିନ୍ନ ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ରାଜ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇ ନାହିଁ । ଅନ୍ୟପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ବାୟୁମଣ୍ଡଳର ଉପରି ଭାଗରେ ଟ୍ରାପ ଲାଇନ ରହିଛି । ପଶ୍ଚିମରୁ ପୂର୍ବ ଆଡ଼କୁ ପବନ ବହୁଛି । ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ଵରରେ କୋହଲା ପାଗ ରହିଛି । ରବିବାର ୧୧ ଜିଲ୍ଲା ଏବଂ ସୋମବାର ୧୦ ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ