Masthead

ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶରେ ପ୍ରୟାଗରାଜ ମହାକୁମ୍ଭ ମେଳା ପାଇଁ ଖୁବ ଜୋର ସୋରରେ ପ୍ରସ୍ତୁତି ଚାଲିଛି। ତେବେ ଏହି ମହାକୁମ୍ଭ ମେଳା ପାଇଁ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ କରାଯାଇଥିବା ଖବର ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ମୋହନ ମାଝୀଙ୍କୁ ନିମନ୍ତ୍ରଣ ରହିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି ମହାକୁମ୍ଭରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଥିଲେ।

ଉତ୍ତର ପ୍ରଦେଶର ଏହି ମନ୍ତ୍ରୀ ଦ୍ୱୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଗଙ୍ଗା ଜଳରେ ପୂର୍ଣ ଏକ ଶୁଭ କଳସ ଓ ମହାକୁମ୍ଭର ଏକ ଲୋଗୋ ପ୍ରଦାନ କରିଥିଲେ। ଏହି ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। ଜାନୁଆରୀ ୧୩ରୁ ଫେବୃଆରୀ ୨୬ ଯାଏଁ ଚାଲିବ ଏହି ମହାକୁମ୍ଭ ମେଳା। ଉତ୍ତରପ୍ରଦେଶର ସଂଗମ ନଗରୀରେ ହେବାକୁ ଥିବା ଏହି କୁମ୍ଭମେଳାରେ ଭକ୍ତମାନେ ଗୋଟିଏ ସ୍ଥାନରେ ହିଁ ଦ୍ୱାଦଶ ଜ୍ୟେତିଲିଙ୍ଗ ଦର୍ଶନ କରିପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼