Masthead

ବଢିବ ଶୀତ, ଥରେଇବ କୋହଲା ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢିବ ଶୀତ । ଥରେଇବ କୋହଲା ପାଗ । ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହ ଝିପଝିପ୍ ବର୍ଷା । ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା । ଆଜି ପାଇଁ ୧୦ ଜିଲ୍ଲାକୁ ହାଲୁକା ବର୍ଷା ନେଇ ଆଲର୍ଟ । ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଲାଗି ରହିଛି କୋହଲା ପାଗ। ଆଜି ଉତ୍ତର ତଥା ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା। ଆଜି ଉତ୍ତର ତଥା ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ୧୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ବର୍ଷା ହୋଇପାରେ। ଏହା ପରେ ୧୦ରୁ ୧୨ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବାକୁ ଥିବାବେଳେ ପୁଣି ରାତିର ତାପମାତ୍ରା ୩ ଡିଗ୍ରୀ ହ୍ରାସ ପାଇବ। ୧୦ ତାରିଖଠାରୁ ପାଗ ଶୁଖିଲା ହେବ । ୧୦ ପରେ ପୁଣି ରାତିର ତାପମାତ୍ରା ୩ ଡିଗ୍ରୀ ହ୍ରାସ ପାଇବ । ଏଥି ସହ କୁହୁଡି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’