Masthead

ବଢିବ ଶୀତ, ଥରେଇବ କୋହଲା ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢିବ ଶୀତ । ଥରେଇବ କୋହଲା ପାଗ । ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହ ଝିପଝିପ୍ ବର୍ଷା । ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା । ଆଜି ପାଇଁ ୧୦ ଜିଲ୍ଲାକୁ ହାଲୁକା ବର୍ଷା ନେଇ ଆଲର୍ଟ । ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଲାଗି ରହିଛି କୋହଲା ପାଗ। ଆଜି ଉତ୍ତର ତଥା ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା। ଆଜି ଉତ୍ତର ତଥା ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ୧୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ବର୍ଷା ହୋଇପାରେ। ଏହା ପରେ ୧୦ରୁ ୧୨ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବାକୁ ଥିବାବେଳେ ପୁଣି ରାତିର ତାପମାତ୍ରା ୩ ଡିଗ୍ରୀ ହ୍ରାସ ପାଇବ। ୧୦ ତାରିଖଠାରୁ ପାଗ ଶୁଖିଲା ହେବ । ୧୦ ପରେ ପୁଣି ରାତିର ତାପମାତ୍ରା ୩ ଡିଗ୍ରୀ ହ୍ରାସ ପାଇବ । ଏଥି ସହ କୁହୁଡି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି