Masthead

ଝିପି ଝିପି ବର୍ଷା ସାଙ୍ଗକୁ କୋହଲା ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ସାଙ୍ଗକୁ କୋହଲା ପାଗ। ଆଜି ସକାଳୁ ଟ୍ବିନ୍ ସିଟି ସହ ବିଭିନ୍ନ ଜିଲ୍ଲାରେ କୋହଲା ପାଗ ଦେଖିବାକୁ ମିଳିଛି। ଖୋର୍ଦ୍ଧା, କଟକ, ଢେଙ୍କାନାଳ, ପୁରୀ, ଯାଜପୁରରେ କୋହଲା ପାଗ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ବର ସହ କଟକର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ସେପଟେ ୧୧ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

ମଙ୍ଗଳବାର ସକାଳେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା। ଆସନ୍ତା ୫ଦିନ ଯାଏ ରାଜ୍ୟରେ ପାଗ କୋହଲା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ସକାଳେ ରାଜଧାନୀର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡିଛି। ମଙ୍ଗଳବାରଠାରୁ ରାଜ୍ୟରେ ପାରଦ ୩ରୁ ୫ ଡିଗ୍ରୀ ସେଲସିୟସ୍‌ ଖସିବ । ଆସନ୍ତା ୩ଦିନ ଯାଏ ରାତି ତାପମାତ୍ରା ଏଭଳି ରହିବ । କୋରାପୁଟ ଓ ସୁନ୍ଦରଗଡ଼ରେ ରାତି ତାପମାତ୍ରା ୧୩ ଡିଗ୍ରୀକୁ ଖସିବ । ଫୁଲବାଣୀରେ ୧୪ଡିଗ୍ରୀ ରହିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ