Masthead

ଥଣ୍ଡାରେ ଥରହର ସାରା ଓଡ଼ିଶା 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଛି ଶୀତ । ଥରୁଛି ଛାତି । କଲବଲ କରୁଛି ଥଣ୍ଡା । ଓଡ଼ିଶାରେ ଶୀତର ପ୍ରଭାବ ଧୀରେ ଧୀରେ ବଢିବାରେ ଲାଗିଛି । ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ହ୍ରାସ ପାଇବା ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି ।  ୧୦ ଡିଗ୍ରୀ ତଳେ ରାଜ୍ୟର ୧୧ ସହର । ଭୁବନେଶ୍ୱର, କଟକ, ପାରାଦୀପ ସମେତ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକଠୁ ୨ରୁ ୪ ଡିଗ୍ରୀ କମ ରେକର୍ଡ।  ଦାରିଙ୍ଗାବାଡ଼ି ଓ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଝାରସୁଗୁଡ଼ା ଓ ରାଉରକେଲା ସହରରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହେଉଛି । ଝାରୁସୁଗୁଡ଼ାରେ ୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ମଧ୍ୟ ୬.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଦ୍ୱିତୀୟ ସ୍ଥାନରେ ରହିଛି ଫୁଲବାଣୀ ସହର । ଫୁଲବାଣୀରେ ୮.୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ, ଅନୁଗୁଳରେ ୯ ଡିଗ୍ରୀ, କେନ୍ଦୁଝର ୯.୨ ଡିଗ୍ରୀ, ସୁନ୍ଦରଗଡ ୯.୪ ଡିଗ୍ରୀ, ଭବାନୀପାଟଣାରେ ରାତିର ତାପମାତ୍ରା ୯.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି । ସେହିପରି ଟୁଇନସିଟି କଟକ ଓ ଭୁବନେଶ୍ୱରରେ ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଛି ।  କଟକରେ ତାପମାତ୍ରା ୧୧.୫ ଓ ଭୁବନେଶ୍ୱରରେ ୧୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା