Masthead

ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଏବଂ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ। ଏହି ସମୟରେ ଏଏସ୍ଆଇର ସଂରକ୍ଷଣ ଓ ରାସାୟନିକ ଆଦି ବିଭାଗର ବରିଷ୍ଠ ବୈଷୟିକ ବିଶେଷଜ୍ଞ ଉପସ୍ଥିତ ରହିବେ । ଏଥିସହ ଡାକ୍ତରୀ ଟିମ, ଅଗ୍ନିଶମ କର୍ମଚାରୀ ଏବଂ ASIର ସ୍ୱତନ୍ତ୍ର ଟିମ ଉପସ୍ଥିତ ରହିବେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ।

ମିଳିଥିବା ସୂଚନା ଅନୁସାରେ ପ୍ରଥମେ ଭିତର ଭଣ୍ଡାର ମରାମତି ହେବ। ଏଥିପାଇଁ ପ୍ରଥମେ ଭାରାବନ୍ଧା କାମ ହେବ, ଏହାପରେ ସଂପୂର୍ଣ୍ଣ କାନ୍ଥର ପ୍ଲାଷ୍ଟର ଛଡ଼ାଯିବ। ଏହାପରେ ଯେଉଁ ଯେଉଁ ସ୍ଥାନରେ ଫାଟ ଅଛି ତାର ମରାମତି ହେବ। ପଥର ପ୍ରଭାବିତ ହୋଇଥିଲେ, ରିପ୍ଲେସ୍ କରାଯିବ। ସେହିପରି ଚଟାଣର ଅନେକ ସ୍ଥାନରେ ମୂଷା ଗାତ ଥିବାରୁ, ସଂପୂର୍ଣ୍ଣ ଚଟାଣର ମଧ୍ୟ ଡିପ୍ଲାଷ୍ଟରିଂ କରାଯାଇ ମରାମତି କରାଯିବ। ଯେଭଳି ଆଗାମୀ ଶହେ ବର୍ଷ ପାଇଁ କୌଣସି ସମସ୍ୟା ନ ରହିବ ତାକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ କରାଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼