Masthead

୨୨ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବାୟୁର ଦିଶା ପରିବର୍ତ୍ତନକୁ ନେଇ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା, ୨୦ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ।

ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ରାଜ୍ୟରେ ରାତି ତାପମାତ୍ରା ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଥିଲା । ମଙ୍ଗଳବାର ରାତିରୁ ପାରଦ ଉପର ମୁହାଁ ହୋଇଛି । ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୩ରୁ ୪ଡିଗ୍ରୀ ସେଲସିୟସ୍‌ ବଢ଼ିଛି । ଜି ଉଦୟଗିରି ସବୁଠୁ ଥଣ୍ଡା ପାଲଟିଥିଲା । ଏଠାରେ ପାରଦ ୪.୭ ଡିଗ୍ରୀ ରେକର୍ଡ କରାଯାଇଥିଲା । କିନ୍ତୁ ଗତ ୨୪ ଘଣ୍ଟାରେ ଏଠାରେ ପାରଦ ୯.୬ ଡିଗ୍ରୀ ରହିଛି । ଦିନକରେ ପାରଦ ପ୍ରାୟ ୫ ଡିଗ୍ରୀ ବଢ଼ିଯାଇଛି ।

ଦିନ ତାପମାତ୍ରା ବି ସାମାନ୍ୟ କମିଛି । ଗୁରୁବାରଠାରୁ ଏହା ଆହୁରି କମିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି। ୨୧ତାରିଖ ଯାଏ ବର୍ଷା ହେବ । ୨୦ ତାରିଖରେ କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ ବୋଲି ସେ ପୂର୍ବାନୁମାନ କରିଛନ୍ତି । ସେହିଭଳି ରାତି ତାପମାତ୍ରା ୨୧ ତାରିଖ ଯାଏ ବଢ଼ିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼