Masthead

ଓଃ…କୋହଲା ପାଗକୁ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାଗ କୋହଲା ଓ ମେଘୁଆ ରହିବ। କିଛି ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଏମିତି ରହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବଡ଼ ବର୍ଷା ସମ୍ଭାବନା କମ୍‌ ରହିଛି । ମାତ୍ର ଯେତିକି ବି ବର୍ଷା ହେବ, ତାହାକୁ ନେଇ ଚାଷୀ ମନରେ ଆଶଙ୍କା ବଢ଼ିଛି । ଉପକୂଳ ଓଡ଼ିଶା କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଆଦି ଅଞ୍ଚଳରେ ବର୍ତ୍ତମାନ ଧାନ ଅମଳ ସମୟ ।

ତେବେ ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨ ଦିନ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା