Masthead

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ଲାଗି ରହିଛି ବର୍ଷା। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରଆ, ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ। ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଆଜି ସକାଳେ ଟ୍ୱିନ ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ