କୁଏତରେ ମୋଦିଙ୍କ ଜୟ ଜଗନ୍ନାଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । କ୍ୟାମ୍ପରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ଜଣେ ଓଡ଼ିଆ ଯୁବକଙ୍କ ସହ ଓଡ଼ିଆରେ ମୋଦି କଥା ହୋଇଛନ୍ତି। ଓଡ଼ିଆ ଯୁବକଙ୍କ ସହ ଓଡ଼ିଶାକୁ ନେଇ ରହିଥିବା ଭିଜନ ଉପରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ । ଦୁଇ ଦିନିଆ କୁଏତ ଗସ୍ତ ସମୟରେ ପ୍ରବାସୀ ଭାରତୀୟ ମାନଙ୍କୁ ଭେଟିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଏହି ସମୟରେ ଓଡ଼ିଆ ଯୁବକ ନିଜ ପରିଚୟ ଦେବା ସମୟରେ ପ୍ରତିଉତ୍ତରରେ ମୋଦି ଜୟ ଜଗନ୍ନାଥ ବୋଲି କହିଥିଲେ । ଓଡ଼ିଶାରେ ତୁମ ଘର କେଉଁଠି, ଏଠାରେ କଣ କାମ କରୁଛ ବୋଲି ଯୁବକ ଜଣଙ୍କୁ ପଚାରି ବୁଝିଥିଲେ ପ୍ରଧାନମନ୍ତ୍ରୀ। ଯୁବକ ଜଣକ ମଧ୍ୟ ଓଡ଼ିଶାକୁ ଅନ୍ୟ ରାଜ୍ୟ ତୁଳନାରେ କେନ୍ଦ୍ର ସରକାର ଅଧିକ ପ୍ରାଧାନ୍ୟ ଦେଉଥିବା କହିଥିଲେ । ଏଥି ସହିତ ଜାନୁଆରୀରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ ମଧ୍ୟ ଯୁବକ ଜଣକ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ