Masthead

କୁଏତରେ ମୋଦିଙ୍କ ଜୟ ଜଗନ୍ନାଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । କ୍ୟାମ୍ପରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ଜଣେ ଓଡ଼ିଆ ଯୁବକଙ୍କ ସହ ଓଡ଼ିଆରେ ମୋଦି କଥା ହୋଇଛନ୍ତି। ଓଡ଼ିଆ ଯୁବକଙ୍କ ସହ ଓଡ଼ିଶାକୁ ନେଇ ରହିଥିବା ଭିଜନ ଉପରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ । ଦୁଇ ଦିନିଆ କୁଏତ ଗସ୍ତ ସମୟରେ ପ୍ରବାସୀ ଭାରତୀୟ ମାନଙ୍କୁ ଭେଟିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଏହି ସମୟରେ ଓଡ଼ିଆ ଯୁବକ ନିଜ ପରିଚୟ ଦେବା ସମୟରେ ପ୍ରତିଉତ୍ତରରେ ମୋଦି ଜୟ ଜଗନ୍ନାଥ ବୋଲି କହିଥିଲେ । ଓଡ଼ିଶାରେ ତୁମ ଘର କେଉଁଠି, ଏଠାରେ କଣ କାମ କରୁଛ ବୋଲି ଯୁବକ ଜଣଙ୍କୁ ପଚାରି ବୁଝିଥିଲେ ପ୍ରଧାନମନ୍ତ୍ରୀ। ଯୁବକ ଜଣକ ମଧ୍ୟ ଓଡ଼ିଶାକୁ ଅନ୍ୟ ରାଜ୍ୟ ତୁଳନାରେ କେନ୍ଦ୍ର ସରକାର ଅଧିକ ପ୍ରାଧାନ୍ୟ ଦେଉଥିବା କହିଥିଲେ । ଏଥି ସହିତ ଜାନୁଆରୀରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ ମଧ୍ୟ ଯୁବକ ଜଣକ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..