Masthead

ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷା ପରେ ପୁଣି ଫେରିଛି ଶୀତ । ଅଳ୍ପ ପରିମାଣର ଶୀତ ଅନୁଭୂତ ହେଉଥିଲେ ମଧ୍ୟ ସାରା ଅଞ୍ଚଳକୁ ଢାଙ୍କି ରଖିଛି କୁହୁଡି । ଦୁଇ ଦିନ ଧରି ମେଘୁଆ ପାଗ ସହ ଝିପିଝିପି ବର୍ଷା ହେବା କାରଣରୁ ଶୀତ ପ୍ରକୋପ କମି ଯାଇଥିଲା । କିନ୍ତୁ ସୋମବାର ଧୀରେ ଧୀରେ ଶୀତ ପ୍ରକୋପ ବଡିବା ସହ ପାରଦ ଖସିବାରେ ଲାଗିଛି । ଦିନ ୧୦ଟା ପର୍ଯ୍ୟନ୍ତ ସାରା ଅଞ୍ଚଳ କୁହୁଡିରେ ଢାଙ୍କି ରହୁଛି । ରାସ୍ତାରେ ୧୦ ମିଟର ଦୂରତା ପରେ କିଛି ବି ଦେଖା ଯାଉନାହିଁ ।

ପାଣିପାଗରେ ଅଚାନକ ପରିବର୍ତ୍ତନ କାରଣରୁ ସ୍ୱାସ୍ଥ୍ୟ ସମସ୍ୟା ଉପୁଜିବା ସହ ଚାଷ କାମରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ । ତେବେ ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଉତ୍ତର ତାମିଲନାଡ଼ୁ ପାର୍ଶ୍ୱ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟତର ହେବ। ଏହା ପ୍ରଭାବରେ ଓଡିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏଥିଯୋଗୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ଫଳରେ ଦକ୍ଷିଣ ଉପକୂଳ ସମେତ ପାଶ୍ୱର୍ବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ହେବ। ୨୪ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପକ୍ଷରେ ସୋମବାର ଓ ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି ଓ ଅନୁଗୋଳ ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ରରରୁ ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ