Masthead

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହଙ୍କ ପରଲୋକ । ଦିଲ୍ଲୀ ଏମ୍ସରେ ଗତ ରାତିରେ ୯୨ ବର୍ଷ ବୟସ୍କ ଶ୍ରୀ ସିଂହଙ୍କ ପରଲୋକ ହୋଇଛି। ମନମୋହନ ସିଂହଙ୍କ ବିୟୋଗ ଘଟଣାକୁ  ଦେଶବାସୀ ସହଜେ ଗ୍ରହଣ କରିପାରୁ ନାହାନ୍ତି। ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ କରିବାକୁ ଘୋଷଣା କରାଯାଇଛି। ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମହମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

ତେବେଏହା କେବେ ଓ କେଉଁଠି ହେବ ସେ ନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ମିଳିନି।  ତାଙ୍କ ପରଲୋକ ଯୋଗୁ କଂଗ୍ରେସ ମଧ୍ୟ ଆସନ୍ତା ୭ ଦିନ ପାଇଁ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି। ମନମୋହନ ସିଂହଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବାରୁ ଚଳିତ ବର୍ଷ ଦଳର ପ୍ରତିଷ୍ଠା ଦିବସ ବି ପାଳନ କରାଯିବନି ବୋଲି ସୂଚନା ଜାରି କରାଯାଇଛି। ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦଳର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ ଦଳର ପତାକା ଅର୍ଦ୍ଧନତ ଅବସ୍ଥାରେ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ