Masthead

ଆଜିଠୁ ପୁଣି ବଦଳିବ ପାଗ, ପଶ୍ଚିମାଝଡ଼ ଆଣିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣି ବଦଳିବ ପାଗ । ପଶ୍ଚିମାଝଡ଼ ପ୍ରଭାବରେ ଦୁଇ ଦିନ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ସୋନପୁର ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି।

ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ତେବେ ୩୦ ତାରିଖରୁ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ। ଡିସେମ୍ବର ୩୦ରୁ ଜାନୁଆରୀ ୨ ପର୍ୟ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ରାତିରେ ପାରଦ ଖସିବା ସହ ପ୍ରଥମେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ପରେ ରାଜ୍ୟର ଅନ୍ୟ ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ