Masthead

ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ କଟକଣା; ୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ

ପୁରୀ (ବଡ଼ ଖବର ବ୍ୟୁରୋ):  ପାଖେଇ ଆସୁଛି ନୂଆବର୍ଷ। ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ନୂଆବର୍ଷକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ କଟକଣା କରାଯାଇଛି। ୨ ଦିନ ପାଇଁ ସିଂହଦ୍ୱାରରେ ପ୍ରବେଶ କଟକଣା। ୩୧ ତାରିଖ ଏବଂ ୧ ତାରିଖ ଦୁଇ ଦିନ ଶ୍ରୀମନ୍ଦିରରେ ପ୍ରବେଶ ଓ ପ୍ରସ୍ଥାନ ଉପରେ କଟକଣା ଲଗାଯାଇଛି । ଏହି ୨ ଦିନ କେବଳ ସିଂହଦ୍ବାର ଦେଇ ଭକ୍ତ ପ୍ରବେଶ କରିବେ ଏବଂ ବାକି ୩ ଦ୍ବାର ଦେଇ ବାହାରକୁ ଆସିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଭକ୍ତଙ୍କୁ ଏବେ ଚାରିଦ୍ୱାର ଦେଇ ପ୍ରବେଶ ନିୟମ ରହିଥିଲେ ମଧ୍ୟ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଏଭଳି କଟକଣା ଜାରି କରାଯାଇଛି । ଭକ୍ତମାନେ ବଡଦାଣ୍ଡରେ ହୋଇଥିବା ବ୍ୟାରିକେଡ ଦେଇ ସିଂହଦ୍ବାରରେ ପ୍ରବେଶ କରିବେ ।

ସେପଟେ ଭିଡ଼ ନିୟନ୍ତ୍ରଣ ପାଇଁ ଟ୍ରାଫିକ କଟକଣା ଜାରି କରିଛି ପୋଲିସ ପ୍ରଶାସନ । ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ ବ୍ୟାରିକେଡ୍ କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୋଲିସ ମୁତୟନ ହୋଇଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଆଣ୍ଟି ସ୍ନାଚିଂ ଟିମ୍ ମୁତୟନ ରହିବେ। ବିଭିନ୍ନ ସ୍ଥାନରେ ପୁଲିସ ତରଫରୁ ନାକାବନ୍ଦୀ କରାଯାଇଛି। ଏହାସହ ସମୁଦ୍ର କୂଳରେ ସ୍ୱତନ୍ତ୍ର ଆଉଟ ପୋଷ୍ଟ ବ୍ୟବସ୍ଥା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ