Masthead

ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ କଟକଣା; ୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ

ପୁରୀ (ବଡ଼ ଖବର ବ୍ୟୁରୋ):  ପାଖେଇ ଆସୁଛି ନୂଆବର୍ଷ। ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ନୂଆବର୍ଷକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ କଟକଣା କରାଯାଇଛି। ୨ ଦିନ ପାଇଁ ସିଂହଦ୍ୱାରରେ ପ୍ରବେଶ କଟକଣା। ୩୧ ତାରିଖ ଏବଂ ୧ ତାରିଖ ଦୁଇ ଦିନ ଶ୍ରୀମନ୍ଦିରରେ ପ୍ରବେଶ ଓ ପ୍ରସ୍ଥାନ ଉପରେ କଟକଣା ଲଗାଯାଇଛି । ଏହି ୨ ଦିନ କେବଳ ସିଂହଦ୍ବାର ଦେଇ ଭକ୍ତ ପ୍ରବେଶ କରିବେ ଏବଂ ବାକି ୩ ଦ୍ବାର ଦେଇ ବାହାରକୁ ଆସିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଭକ୍ତଙ୍କୁ ଏବେ ଚାରିଦ୍ୱାର ଦେଇ ପ୍ରବେଶ ନିୟମ ରହିଥିଲେ ମଧ୍ୟ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଏଭଳି କଟକଣା ଜାରି କରାଯାଇଛି । ଭକ୍ତମାନେ ବଡଦାଣ୍ଡରେ ହୋଇଥିବା ବ୍ୟାରିକେଡ ଦେଇ ସିଂହଦ୍ବାରରେ ପ୍ରବେଶ କରିବେ ।

ସେପଟେ ଭିଡ଼ ନିୟନ୍ତ୍ରଣ ପାଇଁ ଟ୍ରାଫିକ କଟକଣା ଜାରି କରିଛି ପୋଲିସ ପ୍ରଶାସନ । ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ ବ୍ୟାରିକେଡ୍ କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୋଲିସ ମୁତୟନ ହୋଇଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଆଣ୍ଟି ସ୍ନାଚିଂ ଟିମ୍ ମୁତୟନ ରହିବେ। ବିଭିନ୍ନ ସ୍ଥାନରେ ପୁଲିସ ତରଫରୁ ନାକାବନ୍ଦୀ କରାଯାଇଛି। ଏହାସହ ସମୁଦ୍ର କୂଳରେ ସ୍ୱତନ୍ତ୍ର ଆଉଟ ପୋଷ୍ଟ ବ୍ୟବସ୍ଥା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ