Masthead

ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର କେ. ହରିବାବୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର କେ. ହରିବାବୁ । ଭୁବନେଶ୍ବର ରାଜଭବନରେ ସକାଳ ୧୦ଟା ୧୫ରେ ଶପଥଗ୍ରହଣ ସମାରୋହ ହେବ। ଶପଥପାଠ କରାଇବେ ହାଇକୋର୍ଟର ମୁଖ୍ୟ ବିଚାରପତି । ତେବେ ଶପଥପାଠ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କଲେ ହରିବାବୁ । ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ କମ୍ଭମପତିଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା ।

ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟ । ଭୁବନେଶ୍ୱରରେ ସେ ପହଞ୍ଚିବା ପରେ ପୁରୀ ଯାଇଥିଲେ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ ଡକ୍ଟର ହରିବାବୁ ଓ ତାଙ୍କ ପରିବାର। ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିବା କହିଛନ୍ତି ନୂଆ ରାଜ୍ୟପାଳ। ଗତକାଲି ପୁରୀ ରାଜଭବନରେ ରାତ୍ରିଯାପନ ପରେ ଆଜି ଭୁବନେଶ୍ୱର ଫେରି ରାଜଭବନରେ ଶପଥ ଗ୍ରହଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼