Masthead

ଅଢ଼େଇ କେଜି ଗଞ୍ଜେଇ ଜବତ, ୨ ଗିରଫ

ଆରଡ଼ି, (ବଡ଼ ଖବର ବ୍ୟୁରୋ): ଆରଡ଼ି ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଗଞ୍ଜେଇ ଚାଲାଣ। ଆଜି ଆରଡ଼ି ପୋଲିସ ହାତରେ ଧରାପଡ଼ିଛନ୍ତି ଦୁଇ ଗଞ୍ଜେଇ ବେପାରୀ। ଆରଡ଼ି ପୀଠ ଫାଣ୍ଡି ନିକଟ ଭଦ୍ରକ-ଆଖଣ୍ଡଳମଣି ରାସ୍ତାର ହନୁମାନଛକ ନିକଟରେ ପୋଲିସ ଚଢ଼ାଉ କରିଥିଲା। ସେଠାରୁ ୨ ଗଞ୍ଜେଇ ବେପାରୀଙ୍କୁ କାବୁ କରିବା ସହ ସେମାନଙ୍କଠାରୁ ଅଢ଼େଇ କେଜି ଗଞ୍ଜେଇ ଜବତ କରିଛି। ଏହି ଦୁଇଜଣ ପଡ଼ୋଶୀ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ହେବ। ପୋଲିସ ସୂଚନା ଅନୁଯାୟୀ, ଏହି ଦୁଇ ବେପାରୀ ନିୟମିତ ଭାବେ ଆରଡ଼ି ଓ ଆଖପାଖ ଅଞ୍ଚଳରୁ ଗଞ୍ଜେଇ ଆଣି ଚୋରା ବେପାରୀଙ୍କୁ ଦେଇଥାନ୍ତି। ଚଢ଼ାଉରେ ଆରଡ଼ି ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକଙ୍କ ସହ ଫାଣ୍ଡିର ସମସ୍ତ କର୍ମଚାରୀ ସାମିଲ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି