Masthead

ଶପଥ ନେଲେ ହରିବାବୁ କମ୍ଭମପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ । ଆଜିଠୁ ନୂଆ ରାଜ୍ୟପାଳ ହେଲେ ହରିବାବୁ କମ୍ଭମପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ରାଜଭବନର ଅଭିଷେକ ହଲ୍‌ରେ ସେ ବିଧିବଦ୍ଧ ଭାବେ ଶପଥ ନେଇଛନ୍ତି। ତାଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଶପଥ ଗ୍ରହଣ କରାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂ ଦେଓ ଉପସ୍ଥିତ ଥିଲେ। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ ହରିବାବୁ କମ୍ଭମପତି । ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଥିଲେ ।

ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସ ଇସ୍ତଫା ଦେବା ପରେ କେନ୍ଦ୍ର ସରକାର ଡ. କମ୍ଭମପତିଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଥିଲେ । ୭୧ ବର୍ଷିୟ ଡ. କମ୍ଭମପତି ପୂର୍ବରୁ ମିଜୋରାମ୍‌ ରାଜ୍ୟପାଳ ଥିଲେ । ଜଣେ ଇଞ୍ଜିନିୟର ଓ ଶିକ୍ଷକ ଭାବେ ସେ ବେଶ୍‌ ପରିଚିତ । ଆନ୍ଧ୍ର ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର ଭାବେ ଦୀର୍ଘ ୨୪ ବର୍ଷର ଅନୁଭୂତି ତାଙ୍କ ପାଖରେ ରହିଛି । ଏହାଛଡ଼ା ଆନ୍ଧ୍ରରେ ୧୯୯୯ରେ ବିଧାୟକ, ୨୦୧୪ରେ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ସହ ସାଂସଦ ଭାବେ ନିର୍ବାଚିତ ହୋଇ କାମ କରିଛନ୍ତି । ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ଦଳର ଜାତୀୟ କାର୍ଯ୍ୟକାରିଣୀରେ କାମ କରିଛନ୍ତି । ତାଙ୍କୁ ମିଜୋରାମ୍‌ ରାଜଭବନ ତରଫରୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର