HMPV ଭାଇରସ୍‌କୁ ନେଇ ଭାରତ ସତର୍କ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚୀନ୍‌ରେ ଗତ କିଛି ଦିନରୁ ବ୍ୟାପି ଥିବା ନୂଆ ଏଚଏମପିଭି ଭାଇରସକୁ ନେଇ ଭାରତ ସରକାର ସତର୍କ ହୋଇଛନ୍ତି। କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଶନିବାର ଏହି ମାମଲାରେ ବୈଠକ ଡାକିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନ ଚାରିଆଡ଼ୁ ଚୀନର ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଏହା ବ୍ୟତୀତ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଠାରୁ ମଧ୍ୟ ଏହି ଭାଇରସ ସ୍ଥିତି ଉପରେ ପ୍ରମାଣିତ ସୂତ୍ରରୁ ସଠିକ୍‌ ସୂଚନା ଉପଲବ୍ଧ କରାଇବାକୁ ଅନୁରୋଧ କରାଯାଇଛି। ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ମନିଟରିଂ ଗ୍ରୁପ୍ ବୈଠକ ବସିଥିଲା। ବୈଠକ ପରେ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଚୀନ୍ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

ଶ୍ୱାସ ଜନିତ ଯେକୌଣସି ରୋଗର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ଭୂତାଣୁ ବାବଦରେ ଅପଡେଟ୍ ଦେବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ-WHOକୁ ଅନୁରୋଧ କରାଯାଇଥିବା ସୋଶାଲ୍ ମିଡିଆ ଏକ୍ସରେ ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ସେପଟେ ୫ ବର୍ଷ ପରେ ଚୀନରେ ଦେଖାଦେଇଥିବା ଏହି ଭାଇରସକୁ ନେଇ ସାରା ବିଶ୍ୱରେ ଛନକା ପଶିଲାଣି। HMPV ସଂକ୍ରମିତ ଚୀନ ବ୍ୟତୀତ ବର୍ତ୍ତମାନ ସୁଦ୍ଧା ଆଉ କେଉଁଠି ଦେଖାଦେଇନି। ୨୦୨୪ ଡିସେମ୍ବର ୧୬ ପରଠୁ ଅଚାନକ ଏହି ସଂକ୍ରମଣ ଚୀନରେ କାୟା ମେଲାଇଛି। ଏହାର ଲକ୍ଷଣ ମଧ୍ୟ ଫ୍ଲୁ ଓ କୋଭିଡ୍ ଭଳି କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ