Masthead

ଆଜିଠୁ ପ୍ରବାସୀ ଭାରତୀୟ ସମ୍ମିଳନୀ, ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମଇଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ସମ୍ମିଳନୀ। ପ୍ରବାସୀଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ଜନତା ମଇଦାନ। ଆଜି ଯୁବ ସମାବେଶରୁ ଆରମ୍ଭ ହେବ ୩ ଦିନିଆ ସମ୍ମିଳନୀ। ଯାହାକୁ ସମ୍ବୋଧନ କରିବେ ବୈଦେଶିକ ବ୍ୟାପାର ଏବଂ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ। ପରେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସମ୍ଭାବନା ନେଇ ହେବ ଆଲୋଚନା। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାପରେ ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ। ଶେଷ ଦିନରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କର ମଧ୍ୟ ଏକ ସେସନ ରହିବ।

ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ। କାର୍ଯ୍ୟକ୍ରମରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ। ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ। ଡବଲ ଡେକର୍ ବସ୍‌ରେ ବସି ରାଜ୍ୟର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ ପ୍ରବାସୀ ଭାରତୀୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା