Masthead

ଟ୍ୱିନ ସିଟିରେ ଘନ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ରବିବାର ଠାରୁ ଶୀତ କମିପାରେ । ପାରଦ ୨ରୁ ୪ ଡିଗ୍ରୀ ବଢ଼ିବା ଯୋଗୁ ଶୀତର ପ୍ରକୋପ କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗୁରୁବାର ଜି.ଉଦୟଗିରିରେ ରାତି ତାପମାତ୍ରା ୫.୪ ଡିଗ୍ରୀ ଥିଲା ।

ଫୁଲବାଣୀରେ ୭.୫, ରାଉରକେଲାରେ ୭.୯, ଦାରିଙ୍ଗିବାଡ଼ିରେ ୯, ସୁନ୍ଦରଗଡ଼ରେ ୯.୧, ଅନୁଗୁଳ ଓ କେନ୍ଦୁଝରରେ ୯.୬, ଭବାନୀପାଟଣା ଓ ବଲାଙ୍ଗିରରେ ପାରଦ ୧୦ଡିଗ୍ରୀ ରହିଥିଲା। ଶନିବାର ଫୁଲବାଣୀରେ ରାତି ତାପମାତ୍ରା ୮ ଡିଗ୍ରୀ ଓ ରାଉରକେଲାରେ ୯ ଡିଗ୍ରୀ ରହିବ ବୋଲି ଆକଳନ କରାଯାଇଛି । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ରବିବାର ମଧ୍ୟ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୪ରୁ ୧୫ ଡିଗ୍ରୀ ରହିବ । ରବିବାର ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ପୁରୀରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା