Masthead

ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ପୌଷପୁର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ପୂର୍ବଦିନରୁ ଅର୍ଥାତ ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ ।

ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ମସ୍ତକରେ କିରିଟ,ପାଦରେ ଶ୍ରୀପୟର, ହାତରେ ଶ୍ରୀଭୂଜ, ହରିଡାମାଳ, ବାହାଡା ମାଳ, ସେବତୀମାଳ, ଆଡକାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଅଳଙ୍କୃତ ହୋଇ ମହାପ୍ରଭୁ ରାଜାରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପୁଷ୍ୟାଭିଷକ ଅନ୍ୟତମ ଉତ୍ସବ।

ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ୍ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ। ତେବେ ବର୍ଷକ ମଧ୍ୟରେ ୫ ଥର ମହାପ୍ରଭୁ ସୁନେବେଶରେ ଦର୍ଶନ ଦେଉଥିବା ବେଳେ ଆଜି ଦିନରେ ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼