Masthead

ପୁଣି ସେବାୟତ ବିବାଦ, ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମକର ସଂକ୍ରାନ୍ତିରେ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ । ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ । ସେବାୟତଙ୍କ ବିବାଦ ଲାଗି ବନ୍ଦ ରହିଛି ନୀତି । ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି ମହାପ୍ରଭୁ ଲିଙ୍ଗରାଜ । କୌଣସି ନୀତି ହୋଇପାରୁନି । ଦିଅଁ ଦକ୍ଷିଣ ଘରକୁ ବିଜେ କରିପାରିନାହାନ୍ତି ।

ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ ହେବା ପରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ । ମକର ସଂକ୍ରାନ୍ତି ନିମନ୍ତେ ଘୃତ୍ୟ କମଳ ଲାଗି ହୁଏ । କିନ୍ତୁ ପୁନର୍ବାର ବଡୁ ସେବାୟତ ଏକା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ଯେଉଁଥିପାଇଁ ମହାପ୍ରଭୁ ଲିଙ୍ଗରାଜ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି । ନା କୌଣସି ନୀତି ହୋଇଛି ନା ଦିଅଁ ଦକ୍ଷିଣ ଘରକୁ ବିଜେ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ