Masthead

୩ ଦିନ ହେଲା ଉପାସରେ ଶ୍ରୀଲିଙ୍ଗରାଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାର ସାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି। ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ପାଇଁ ବ୍ରାହ୍ମଣ ନିଯୋଗ ପକ୍ଷରୁ ଦାବି କରାଯାଇଛି। ଏପରିକି ବ୍ରାହ୍ମଣ ନିଯୋଗ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ମଧ୍ୟ ହସ୍ତକ୍ଷେପ ଲୋଡାଯାଇଛି। ବଡୁ ସେବାୟତ ଏବଂ ବ୍ରାହ୍ମଣ ନିଯୋଗ ବିବାଦରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି।

ବିବାଦର ସମାଧାନ ପାଇଁ ତିନି ସେବାୟତ ଗୋଷ୍ଠୀଙ୍କୁ ନେଇ ମନ୍ଦିର ପ୍ରଶାସନର ବୈଠକ ବିଫଳ ହୋଇଥିଲା । ସେବାୟତମାନେ ନିଜ ଜିଦ୍‌ରେ ଅଟଳ ରହିଥିବାରୁ ସମାଧାନର ବାଟ ବାହାରିପାରିନଥିଲା । ଏଥିଯୋଗୁ ପ୍ରଭୁ ଲିଙ୍ଗରାଜ ଏପର୍ଯ୍ୟନ୍ତ ଅପୂଜା ରହିଛନ୍ତି । ଭକ୍ତ ଓ ଶ୍ରଦ୍ଧାଳୁମାନେ ମନ୍ଦିର ଯାଇ କେବଳ ଦର୍ଶନ କରି ଫେରୁଛନ୍ତି । ପୂଜାର୍ଚ୍ଚନା କରିପାରୁ ନାହାନ୍ତି । ଯାହାକୁ ନେଇ ଭକ୍ତ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ