ତହସିଲଦାରଙ୍କୁ ସଙ୍ଘବଦ୍ଧ ଆକ୍ରମଣ

ବେଗୁନିଆ, (ବଡ଼ ଖବର ବ୍ୟୁରୋ): ମୋରମ ଖଣିରେ ଚଢ଼ାଉ ବେଳେ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ବେଗୁନିଆ ଥାନା ଗୋପାଳପୁର ପଞ୍ଚାୟତ ନାରାୟଣପୋଡ଼ା ଗ୍ରାମ ନିକଟରେ ଥିବା ମୋରମ ଖଣିରେ ଚଢ଼ାଉ ବେଳେ ବୋଲଗଡ଼ ତହସିଲଦାର ଧୋବେଇ ନାୟକଙ୍କ ସହ ତାଙ୍କ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ତହସିଲଦାର ନାୟକ ଏ ନେଇ ବେଗୁନିଆ ଥାନାରେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରୁ ଦୁଇଟି ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିବା ସହିତ ଜଣକୁ ଗିରଫ କରିଛି ପୋଲିସ। ସୂଚନା ଅନୁଯାୟୀ ଗୋପାଳପୁର ପଞ୍ଚାୟତ ନିକଟରେ ଥିବା ସରକାରୀ ଗୋଚର ଜମିରୁ କିଛି ବ୍ୟକ୍ତି ମୋରମ ଉଠାଉଥିଲେ। ଖବରପାଇ ତହସିଲଦାର ସେଠାରେ ପହଞ୍ଚିଥିଲେ। ଆଉ ସେତିକି ବେଳେ ୪ରୁ ୫ଜଣ ବ୍ୟକ୍ତି ତାଙ୍କୁ ସଙ୍ଘବଦ୍ଧ ଭାବେ ଆକ୍ରମଣ କରିଥିବା ତହସିଲଦାର ଥାନାରେ ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ