Masthead

ତହସିଲଦାରଙ୍କୁ ସଙ୍ଘବଦ୍ଧ ଆକ୍ରମଣ

ବେଗୁନିଆ, (ବଡ଼ ଖବର ବ୍ୟୁରୋ): ମୋରମ ଖଣିରେ ଚଢ଼ାଉ ବେଳେ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ବେଗୁନିଆ ଥାନା ଗୋପାଳପୁର ପଞ୍ଚାୟତ ନାରାୟଣପୋଡ଼ା ଗ୍ରାମ ନିକଟରେ ଥିବା ମୋରମ ଖଣିରେ ଚଢ଼ାଉ ବେଳେ ବୋଲଗଡ଼ ତହସିଲଦାର ଧୋବେଇ ନାୟକଙ୍କ ସହ ତାଙ୍କ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ତହସିଲଦାର ନାୟକ ଏ ନେଇ ବେଗୁନିଆ ଥାନାରେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରୁ ଦୁଇଟି ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିବା ସହିତ ଜଣକୁ ଗିରଫ କରିଛି ପୋଲିସ। ସୂଚନା ଅନୁଯାୟୀ ଗୋପାଳପୁର ପଞ୍ଚାୟତ ନିକଟରେ ଥିବା ସରକାରୀ ଗୋଚର ଜମିରୁ କିଛି ବ୍ୟକ୍ତି ମୋରମ ଉଠାଉଥିଲେ। ଖବରପାଇ ତହସିଲଦାର ସେଠାରେ ପହଞ୍ଚିଥିଲେ। ଆଉ ସେତିକି ବେଳେ ୪ରୁ ୫ଜଣ ବ୍ୟକ୍ତି ତାଙ୍କୁ ସଙ୍ଘବଦ୍ଧ ଭାବେ ଆକ୍ରମଣ କରିଥିବା ତହସିଲଦାର ଥାନାରେ ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ