Masthead

ସୈଫ ଅଲ୍ଲୀ ଖାନଙ୍କୁ ହତ୍ୟା ଉଦ୍ୟମ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ସାମ୍ନାକୁ ଆସିଲା ବଡ ଖବର । ବଲିଉଡ୍ ଅଭିନେତା ସେଫ୍ ଅଲ୍ଲୀ ଖାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ନେଇ ଖବର ସାମ୍ନାକୁ ଆସିଛି । ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ହତ୍ୟା ଉଦ୍ୟମ କରାଯାଇଛି । ବିଳମ୍ବିତ ରାତିରେ ଘରେ ପଶି ଛୁରାମାଡ କରିଛନ୍ତି ଦୁର୍ବୃତ୍ତ । ଅଭିନେତା ବର୍ତ୍ତମାନ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଆକ୍ରମଣ କିଏ ଏବଂ କାହିଁକି କରିଛି ତାହା ଜାଣିବାକୁ ପୋଲିସ ଚେଷ୍ଟା କରୁଛି ।

ଆକ୍ରମଣ ସମୟରେ ପରିବାରର ଅନ୍ୟ ସଦସ୍ୟମାନେ କେଉଁଠି ଥିଲେ ସେ ବିଷୟରେ ବର୍ତ୍ତମାନ କୌଣସି ସୂଚନା ମିଳିପାରି ନାହିଁ। କିନ୍ତୁ କରିସ୍ମା କପୁର ୯ ଘଣ୍ଟା ପୂର୍ବରୁ ଇନଷ୍ଟା ଷ୍ଟୋରୀରେ ଏକ ପୋଷ୍ଟ ସେୟାର କରିଥିଲେ। ସେ ତାଙ୍କ ଭଉଣୀ କରୀନା କପୁର, ରିଆ ଏବଂ ସୋନମ କପୁରଙ୍କ ସହ ପାର୍ଟିରେ ଥିଲେ। ଏହି ପାର୍ଟିରେ କରୀନା ଉପସ୍ଥିତ ଥିଲେ। ତେବେ ସୈଫଙ୍କ ଉପରେ ଆକ୍ରମଣ ସମୟରେ କରିନା ପାର୍ଟିରେ ଥିଲେ କିମ୍ବା ପହଂଚି ଯାଇଥିଲେ, ସେ ନେଇ କୌଣସି ସୂଚନା ମିଳିନାହିଁ। ତେବେ ଅଭିନେତା ସେଫ୍ ଅଲ୍ଲୀ ଖାନ୍ ଏବେ ବିପଦମୁକ୍ତ ଥିବା ଡାକ୍ତର ସୂଚନା ଦେଇଛନ୍ତି । ସେପଟେ ଘଟଣାକୁ ଗୁରୁତର ସହ ନେଇ ବାନ୍ଦ୍ରା ସ୍ଥିତ ଘରେ ପହଞ୍ଚି ପୋଲିସ ତନାଘନା ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ